Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 16

ଲୂକ 16:16-23

Help us?
Click on verse(s) to share them!
16ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି ।
17କିନ୍ତୁ ମୋଶାଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ ।
18ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ ।
19ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
20କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,
21ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ ।
22କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା ।
23ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ ।

Read ଲୂକ 16ଲୂକ 16
Compare ଲୂକ 16:16-23ଲୂକ 16:16-23