Text copied!
Bibles in Odia

ଲୂକ 16:16-23 in Odia

Help us?

ଲୂକ 16:16-23 in ଓଡିଆ ବାଇବେଲ

16 ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି ।
17 କିନ୍ତୁ ମୋଶାଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ ।
18 ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ ।
19 ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
20 କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,
21 ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ ।
22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା ।
23 ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ ।
ଲୂକ 16 in ଓଡିଆ ବାଇବେଲ