Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 17

ଲୂକ 17:1-17

Help us?
Click on verse(s) to share them!
1ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର;
2ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବାଧାର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାନ୍ତା ।
3ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ । ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ ।
4ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର ।
5ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ ।
6ପ୍ରଭୁ କହିଲେ, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳିଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ ।
7କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରିଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ ?
8ସେ କ'ଣ ବରଂ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର, ତାହା ପରେ ତୁ ଖିଆପିଆ କରିବୁ ?
9ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କ'ଣ ତାହାକୁ ଧନ୍ୟବାଦ ଦିଏ ?
10ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ ।
11ସେ ଯିରୂଶାଲକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ ।
12ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠୀ ତାହାଙ୍କ ସହିତ ସାକ୍ଷାତ୍ କଲେ;
13ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
14ପୁଣି, ସେ ସେମାନଙ୍କୁ ଦେଖି କହିଲେ, ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ । ଆଉ ସେମାନେ ଯାଉ ଯାଉ ଶୁଚି ହେଲେ ।
15କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି,
16ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ ।
17ସେଥିରେ ଯୀଶୁ ଉତ୍ତର ଦେଲେ, ଦଶ ଜଣ କ'ଣ ଶୁଚି ହେଲେ ନାହିଁ ?

Read ଲୂକ 17ଲୂକ 17
Compare ଲୂକ 17:1-17ଲୂକ 17:1-17