Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 17

ଲୂକ 17:11-25

Help us?
Click on verse(s) to share them!
11ସେ ଯିରୂଶାଲକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ ।
12ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠୀ ତାହାଙ୍କ ସହିତ ସାକ୍ଷାତ୍ କଲେ;
13ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
14ପୁଣି, ସେ ସେମାନଙ୍କୁ ଦେଖି କହିଲେ, ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ । ଆଉ ସେମାନେ ଯାଉ ଯାଉ ଶୁଚି ହେଲେ ।
15କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି,
16ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ ।
17ସେଥିରେ ଯୀଶୁ ଉତ୍ତର ଦେଲେ, ଦଶ ଜଣ କ'ଣ ଶୁଚି ହେଲେ ନାହିଁ ?
18ତେବେ ଆଉ ନଅ ଜଣ କାହାନ୍ତି ? ଈଶ୍ୱରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୂଦୀ ଲୋକଟି ଛଡ଼ା କ'ଣ ଆଉ କେହି ଫେରିଆସି ନାହିଁ ?
19ପୁଣି, ସେ ତାହାକୁ କହିଲେ, ଉଠି ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି ।
20ଈଶ୍ୱରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ ରାଜ୍ୟ ଦୃଶ୍ୟଭାବରେ ଆସେ ନାହିଁ;
21କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି ।
22କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ ।
23ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ ।
24କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର (ଯୀଶୁ) ଆପଣା ଦିନରେ ସେହିପରି ହେବେ ।
25ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ ।

Read ଲୂକ 17ଲୂକ 17
Compare ଲୂକ 17:11-25ଲୂକ 17:11-25