Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 17

ଲୂକ 17:4-13

Help us?
Click on verse(s) to share them!
4ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର ।
5ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ ।
6ପ୍ରଭୁ କହିଲେ, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳିଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ ।
7କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରିଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ ?
8ସେ କ'ଣ ବରଂ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର, ତାହା ପରେ ତୁ ଖିଆପିଆ କରିବୁ ?
9ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କ'ଣ ତାହାକୁ ଧନ୍ୟବାଦ ଦିଏ ?
10ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ ।
11ସେ ଯିରୂଶାଲକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ ।
12ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠୀ ତାହାଙ୍କ ସହିତ ସାକ୍ଷାତ୍ କଲେ;
13ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ ।

Read ଲୂକ 17ଲୂକ 17
Compare ଲୂକ 17:4-13ଲୂକ 17:4-13