Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 18

ଲୂକ 18:11-24

Help us?
Click on verse(s) to share them!
11ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ହେ ଈଶ୍ୱର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ;
12ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ ।
13କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ ।
14ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
15ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ ।
16କିନ୍ତୁ ସେ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।
17ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।
18ଜଣେ ଯିହୂଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
19ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ ।
20ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।
21ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି ।
22ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
23କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ ।
24ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରନ୍ତି !

Read ଲୂକ 18ଲୂକ 18
Compare ଲୂକ 18:11-24ଲୂକ 18:11-24