Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 18

ଲୂକ 18:14-42

Help us?
Click on verse(s) to share them!
14ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
15ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ ।
16କିନ୍ତୁ ସେ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।
17ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।
18ଜଣେ ଯିହୂଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
19ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ ।
20ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।
21ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି ।
22ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
23କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ ।
24ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରନ୍ତି !
25କାରଣ ଈଶ୍ୱରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚୀର କଣା ଦେଇ ଓଟର ପ୍ରବେଶ କରିବା ସହଜ ।
26ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ ?
27କିନ୍ତୁ ସେ କହିଲେ, ଯାହା ମଣିଷର ଅସମ୍ଭବ, ତାହା ଈଶ୍ୱରଙ୍କର ସମ୍ଭବ ।
28ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ ।
29ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ଗୃହ କି ସ୍ତ୍ରୀକୁ ଭାଇ କି ବାପା ମା କି ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି
30ସେମାନେ ଏହିକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ ।
31ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
32କାରଣ ଯୀଶୁ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ,
33ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ ।
34କିନ୍ତୁ ଶିଷ୍ୟମାନେ ଏହି ସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ ।
35ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା ।
36ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କ'ଣ ବୋଲି ପଚାରିବାକୁ ଲାଗିଲା ।
37ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି ।
38ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ ।
39ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ମୋତେ ଦୟା କରନ୍ତୁ ।
40ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ,
41ମୁଁ ତୁମ୍ଭ ପାଇଁ କ'ଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ ? ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି ।
42ଯୀଶୁ ତାହାକୁ କହିଲେ, ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି ।

Read ଲୂକ 18ଲୂକ 18
Compare ଲୂକ 18:14-42ଲୂକ 18:14-42