Text copied!
Bibles in Odia

ଲୂକ 18:25-35 in Odia

Help us?

ଲୂକ 18:25-35 in ଓଡିଆ ବାଇବେଲ

25 କାରଣ ଈଶ୍ୱରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚୀର କଣା ଦେଇ ଓଟର ପ୍ରବେଶ କରିବା ସହଜ ।
26 ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ ?
27 କିନ୍ତୁ ସେ କହିଲେ, ଯାହା ମଣିଷର ଅସମ୍ଭବ, ତାହା ଈଶ୍ୱରଙ୍କର ସମ୍ଭବ ।
28 ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ ।
29 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ଗୃହ କି ସ୍ତ୍ରୀକୁ ଭାଇ କି ବାପା ମା କି ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି
30 ସେମାନେ ଏହିକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ ।
31 ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
32 କାରଣ ଯୀଶୁ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ,
33 ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ ।
34 କିନ୍ତୁ ଶିଷ୍ୟମାନେ ଏହି ସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ ।
35 ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା ।
ଲୂକ 18 in ଓଡିଆ ବାଇବେଲ