Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 18

ଲୂକ 18:3-9

Help us?
Click on verse(s) to share them!
3ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା ।
4ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,
5ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ ।
6ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କ'ଣ କହୁଅଛନ୍ତି, ତାହା ଶୁଣ ।
7ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?
8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ । ତଥାପି ମନୁଷ୍ୟପୁତ୍ର (ଯୀଶୁ) ଆସି ପୃଥିବୀରେ କ'ଣ ବିଶ୍ୱାସ ଦେଖିବେ ?
9ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,

Read ଲୂକ 18ଲୂକ 18
Compare ଲୂକ 18:3-9ଲୂକ 18:3-9