Text copied!
Bibles in Odia

ଲୂକ 18:3-9 in Odia

Help us?

ଲୂକ 18:3-9 in ଓଡିଆ ବାଇବେଲ

3 ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା ।
4 ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,
5 ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ ।
6 ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କ'ଣ କହୁଅଛନ୍ତି, ତାହା ଶୁଣ ।
7 ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?
8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ । ତଥାପି ମନୁଷ୍ୟପୁତ୍ର (ଯୀଶୁ) ଆସି ପୃଥିବୀରେ କ'ଣ ବିଶ୍ୱାସ ଦେଖିବେ ?
9 ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
ଲୂକ 18 in ଓଡିଆ ବାଇବେଲ