Text copied!
Bibles in Odia

ଲୂକ 18:37-43 in Odia

Help us?

ଲୂକ 18:37-43 in ଓଡିଆ ବାଇବେଲ

37 ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି ।
38 ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ ।
39 ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ମୋତେ ଦୟା କରନ୍ତୁ ।
40 ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ,
41 ମୁଁ ତୁମ୍ଭ ପାଇଁ କ'ଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ ? ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି ।
42 ଯୀଶୁ ତାହାକୁ କହିଲେ, ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି ।
43 ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ୱରଙ୍କ ପ୍ରଶଂସା କଲେ ।
ଲୂକ 18 in ଓଡିଆ ବାଇବେଲ