5ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ ।
6ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କ'ଣ କହୁଅଛନ୍ତି, ତାହା ଶୁଣ ।
7ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?
8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ । ତଥାପି ମନୁଷ୍ୟପୁତ୍ର (ଯୀଶୁ) ଆସି ପୃଥିବୀରେ କ'ଣ ବିଶ୍ୱାସ ଦେଖିବେ ?
9ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
10ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କର ଆଦାୟକାରୀ ।
11ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ହେ ଈଶ୍ୱର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ;
12ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ ।
13କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ ।
14ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
15ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ ।
16କିନ୍ତୁ ସେ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।