Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 19

ଲୂକ 19:15-32

Help us?
Click on verse(s) to share them!
15ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ ।
16ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୁଦ୍ରା ଆଉ ଦଶଟି ମୁଦ୍ରା ଲାଭ କରିଅଛି ।
17ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ ।
18ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୁଦ୍ରା ପାଞ୍ଚୋଟି ମୁଦ୍ରା ଲାଭ କରିଅଛି ।
19ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚୋଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ ।
20ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୁଦ୍ରା, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;
21କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି ।
22ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି । ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କ'ଣ ଜାଣିଥିଲୁ ?
23ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି ।
24ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୁଦ୍ରା ନେଇଯାଇ, ଯାହାର ଦଶ ମୁଦ୍ରା ଅଛି, ତାହାକୁ ଦିଅ ।
25ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୁଦ୍ରା ଅଛି ।
26ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ । କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।
27କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର ।
28ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ ।
29ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବେଥଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
30ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ ।
31ଆଉ ଯଦି କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି ।
32ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ ।

Read ଲୂକ 19ଲୂକ 19
Compare ଲୂକ 19:15-32ଲୂକ 19:15-32