Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 19

ଲୂକ 19:30-41

Help us?
Click on verse(s) to share them!
30ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ ।
31ଆଉ ଯଦି କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି ।
32ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ ।
33ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ ?
34ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି ।
35ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ ।
36ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ ।
37ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚ ସ୍ୱର କରି ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ,
38ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ । ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା ।
39ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ ।
40ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ ।
41ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,

Read ଲୂକ 19ଲୂକ 19
Compare ଲୂକ 19:30-41ଲୂକ 19:30-41