Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 19

ଲୂକ 19:32-39

Help us?
Click on verse(s) to share them!
32ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ ।
33ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ ?
34ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି ।
35ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ ।
36ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ ।
37ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚ ସ୍ୱର କରି ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ,
38ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ । ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା ।
39ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ ।

Read ଲୂକ 19ଲୂକ 19
Compare ଲୂକ 19:32-39ଲୂକ 19:32-39