Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 19

ଲୂକ 19:4-12

Help us?
Click on verse(s) to share them!
4ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରି ଗଛରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା ।
5ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, ଜଖିୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ ।
6ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ ।
7ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି ।
8କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି ।
9ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ;
10କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି ।
11ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ୱରଙ୍କ ରାଜ୍ୟ ଅତିଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ ।
12ଏଣୁ ସେ କହିଲେ, ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ ।

Read ଲୂକ 19ଲୂକ 19
Compare ଲୂକ 19:4-12ଲୂକ 19:4-12