Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 19

ଲୂକ 19:9-20

Help us?
Click on verse(s) to share them!
9ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ;
10କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି ।
11ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ୱରଙ୍କ ରାଜ୍ୟ ଅତିଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ ।
12ଏଣୁ ସେ କହିଲେ, ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ ।
13ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶ ଗୋଟି ମୁଦ୍ରା ଦେଇ କହିଲେ, ମୋର ଆସିବା ପର୍ଯ୍ୟନ୍ତ ବେପାର କର ।
14କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ ।
15ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ ।
16ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୁଦ୍ରା ଆଉ ଦଶଟି ମୁଦ୍ରା ଲାଭ କରିଅଛି ।
17ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ ।
18ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୁଦ୍ରା ପାଞ୍ଚୋଟି ମୁଦ୍ରା ଲାଭ କରିଅଛି ।
19ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚୋଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ ।
20ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୁଦ୍ରା, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;

Read ଲୂକ 19ଲୂକ 19
Compare ଲୂକ 19:9-20ଲୂକ 19:9-20