Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 1

ଲୂକ 1:3-11

Help us?
Click on verse(s) to share them!
3ଅତଏବ, ହେ ମାନ୍ୟବର ଥିୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ ମନେ କଲି,
4ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେ ସବୁର ନିଶ୍ଚୟତା ଜାଣି ପାରନ୍ତି ।
5ଯିହୂଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ ।
6ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।
7କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲେ, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା ।
8ସେ ଆପଣା ଦଳର ପାଳି ଅନୁସାରେ ଈଶ୍ୱରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ,
9ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
10ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ ।
11ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ ।

Read ଲୂକ 1ଲୂକ 1
Compare ଲୂକ 1:3-11ଲୂକ 1:3-11