Text copied!
Bibles in Odia

ଲୂକ 1:3-11 in Odia

Help us?

ଲୂକ 1:3-11 in ଓଡିଆ ବାଇବେଲ

3 ଅତଏବ, ହେ ମାନ୍ୟବର ଥିୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ ମନେ କଲି,
4 ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେ ସବୁର ନିଶ୍ଚୟତା ଜାଣି ପାରନ୍ତି ।
5 ଯିହୂଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ ।
6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।
7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲେ, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା ।
8 ସେ ଆପଣା ଦଳର ପାଳି ଅନୁସାରେ ଈଶ୍ୱରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ,
9 ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ ।
11 ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ ।
ଲୂକ 1 in ଓଡିଆ ବାଇବେଲ