Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 1

ଲୂକ 1:66-77

Help us?
Click on verse(s) to share them!
66ପୁଣି, ଶୁଣିବା ଲୋକ ସମସ୍ତେ ସେହି ସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କ’ଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ ।
67ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,
68ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ୱର, କାରଣ ସେ କୃପାଦୃଷ୍ଟି କରି ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
69ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,
70ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ,
71ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି,
72ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
73ଆମ୍ଭମାନଙ୍କ ପିତା ଅବ୍ରାହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି,
74ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,
75ସାଧୁତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି ।
76ଆଉ ହେ ଶିଶୁ(ଯୋହନ), ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
77କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,

Read ଲୂକ 1ଲୂକ 1
Compare ଲୂକ 1:66-77ଲୂକ 1:66-77