Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 1

ଲୂକ 1:8-20

Help us?
Click on verse(s) to share them!
8ସେ ଆପଣା ଦଳର ପାଳି ଅନୁସାରେ ଈଶ୍ୱରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ,
9ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
10ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ ।
11ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ ।
12ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ ।
13କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ ।
14ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ ।
15ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
16ଆଉ ବାପ୍ତିଜକ ଯୋହନ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ୱରଙ୍କ ପ୍ରତି ଫେରାଇବ ।
17ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ ।
18ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି ? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି ।
19ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ୱରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି ।
20ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହି ସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ ।

Read ଲୂକ 1ଲୂକ 1
Compare ଲୂକ 1:8-20ଲୂକ 1:8-20