Text copied!
Bibles in Odia

ଲୂକ 20:19-24 in Odia

Help us?

ଲୂକ 20:19-24 in ଓଡିଆ ବାଇବେଲ

19 ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୁର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ ।
20 ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ ।
21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି ।
22 କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ଉଚିତ କି ନାହିଁ ?
23 କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, ମୋତେ ଗୋଟିଏ ଅଧୁଲି (ମୁଦ୍ରା) ଦେଖାଅ ।
24 ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି ? ସେମାନେ କହିଲେ, କାଇସରଙ୍କର ।
ଲୂକ 20 in ଓଡିଆ ବାଇବେଲ