Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 20

ଲୂକ 20:19-34

Help us?
Click on verse(s) to share them!
19ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୁର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ ।
20ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ ।
21ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି ।
22କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ଉଚିତ କି ନାହିଁ ?
23କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, ମୋତେ ଗୋଟିଏ ଅଧୁଲି (ମୁଦ୍ରା) ଦେଖାଅ ।
24ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି ? ସେମାନେ କହିଲେ, କାଇସରଙ୍କର ।
25ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ୱରଙ୍କର, ତାହା ଈଶ୍ୱରଙ୍କୁ ଦିଅ ।
26ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ ।
27ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,
28ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ ।
29ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
30ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ;
31ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ ।
32ଶେଷରେ ସ୍ତ୍ରୀଟି ମଧ୍ୟ ମଲା ।
33ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ ।
34ଯୀଶୁ ସେମାନଙ୍କୁ କହିଲେ, ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,

Read ଲୂକ 20ଲୂକ 20
Compare ଲୂକ 20:19-34ଲୂକ 20:19-34