Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 20

ଲୂକ 20:24-45

Help us?
Click on verse(s) to share them!
24ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି ? ସେମାନେ କହିଲେ, କାଇସରଙ୍କର ।
25ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ୱରଙ୍କର, ତାହା ଈଶ୍ୱରଙ୍କୁ ଦିଅ ।
26ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ ।
27ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,
28ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ ।
29ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
30ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ;
31ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ ।
32ଶେଷରେ ସ୍ତ୍ରୀଟି ମଧ୍ୟ ମଲା ।
33ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ ।
34ଯୀଶୁ ସେମାନଙ୍କୁ କହିଲେ, ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,
35କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;
36ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ୱରଙ୍କ ସନ୍ତାନ ଅଟନ୍ତି ।
37ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ଅବ୍ରାହାମଙ୍କ ଈଶ୍ୱର, ଇସ୍‌ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ବୋଲି କହି ସୂଚନା ଦେଇଅଛନ୍ତି ।
38ସେ ତ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି ।
39ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ ।
40କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ ।
41କିନ୍ତୁ ସେ ସେମାନଙ୍କୁ ପଚାରିଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି ?
42କାରଣ ଦାଉଦ ନିଜେ ଗୀତସଂହିତାରେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ (ଯୀଶୁ) କହିଲେ,
43ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।
44ଅତଏବ ଦାଉଦ ଯୀଶୁଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ଯୀଶୁ କିପ୍ରକାରେ ଦାଉଦର ସନ୍ତାନ ?
45ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ,

Read ଲୂକ 20ଲୂକ 20
Compare ଲୂକ 20:24-45ଲୂକ 20:24-45