Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 21

ଲୂକ 21:2-8

Help us?
Click on verse(s) to share them!
2ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି ଛୋଟ ମୁଦ୍ରା ପକାଉଥିବା ଦେଖି କହିଲେ,
3ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି,
4କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହି ସବୁ ପକାଇଲା ।
5ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ,
6ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
7ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ ? ପୁଣି, ଯେଉଁ ସମୟରେ ଏହି ସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କ'ଣ ?
8ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ ।

Read ଲୂକ 21ଲୂକ 21
Compare ଲୂକ 21:2-8ଲୂକ 21:2-8