Text copied!
Bibles in Odia

ଲୂକ 21:8-24 in Odia

Help us?

ଲୂକ 21:8-24 in ଓଡିଆ ବାଇବେଲ

8 ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ ।
9 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଲବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ ।
10 ତାପରେ ସେ ସେମାନଙ୍କୁ କହିଲେ, ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,
11 ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ ।
12 କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;
13 ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ ।
14 ଅତଏବ କ'ଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;
15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ ।
16 କିନ୍ତୁ ତୁମ୍ଭେମାନେ ବାପା ମା', ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,
17 ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ ।
18 କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ;
19 ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ ।
20 କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ ।
21 ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;
22 କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ ।
23 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର ! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,
24 ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ ।
ଲୂକ 21 in ଓଡିଆ ବାଇବେଲ