Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 22

ଲୂକ 22:12-31

Help us?
Click on verse(s) to share them!
12ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠୋରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର ।
13ଆଉ, ସେହି ଦୁଇ ଜଣ ଶିଷ୍ୟ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ ।
14ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ ।
15ଆଉ ସେ ସେମାନଙ୍କୁ କହିଲେ, "ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି ।
16କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ଭୋଜନ କରିବି ନାହିଁ ।"
17ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,
18କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଅଙ୍ଗୁର ଫଳର ରସ ଆଉ ପାନ କରିବି ନାହିଁ ।
19ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।
20ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ ।
21କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋ' ସହିତ ମେଜ ଉପରେ ଅଛି ।
22କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର !
23ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ ।
24ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା ।
25ସେଥିରେ ସେ ସେମାନଙ୍କୁ କହିଲେ, ଅଣଯିହୂଦୀମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ବ କରନ୍ତି, ସେମାନେ ଲୋକସେବକ ବୋଲି ଖ୍ୟାତ ହୁଅନ୍ତି ।
26କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି, ଯେ ନେତା, ସେ ସେବକ ପରି ହେଉ ।
27କାରଣ କିଏ ଶ୍ରେଷ୍ଠ ? ଯେ ଭୋଜନ ନିମନ୍ତେ ମେଜରେ ବସିଅଛି, ନା ଯେ ସେବକ ? ଭୋଜନ ନିମନ୍ତେ ମେଜରେ ବସିଅଛି, ସେ କି ଶ୍ରେଷ୍ଠ ନୁହଁନ୍ତି ? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି ।
28ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋ' ସହିତ ରହି ଆସିଅଛ;
29ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,
30ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।
31ଶିମୋନ, ଶିମୋନ,ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;

Read ଲୂକ 22ଲୂକ 22
Compare ଲୂକ 22:12-31ଲୂକ 22:12-31