Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 22

ଲୂକ 22:15-25

Help us?
Click on verse(s) to share them!
15ଆଉ ସେ ସେମାନଙ୍କୁ କହିଲେ, "ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି ।
16କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ଭୋଜନ କରିବି ନାହିଁ ।"
17ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,
18କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଅଙ୍ଗୁର ଫଳର ରସ ଆଉ ପାନ କରିବି ନାହିଁ ।
19ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।
20ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ ।
21କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋ' ସହିତ ମେଜ ଉପରେ ଅଛି ।
22କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର !
23ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ ।
24ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା ।
25ସେଥିରେ ସେ ସେମାନଙ୍କୁ କହିଲେ, ଅଣଯିହୂଦୀମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ବ କରନ୍ତି, ସେମାନେ ଲୋକସେବକ ବୋଲି ଖ୍ୟାତ ହୁଅନ୍ତି ।

Read ଲୂକ 22ଲୂକ 22
Compare ଲୂକ 22:15-25ଲୂକ 22:15-25