Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 22

ଲୂକ 22:33-50

Help us?
Click on verse(s) to share them!
33ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି ।
34କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବା ।
35ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଟଙ୍କା ରଖିବା ମୁଣା, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା ? ସେମାନେ କହିଲେ, କିଛି ନାହିଁ ।
36ସେଥିରେ ସେ ସେମାନଙ୍କୁ କହିଲେ, ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ଚାଦରଖଣ୍ଡକ ବିକି ଖଣ୍ଡା କିଣୁ ।
37କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ତାହା ମୋଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ, ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି ।
38ସେଥିରେ ସେମାନେ କହିଲେ, ପ୍ରଭୁ ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ଡା ଅଛି । ପୁଣି, ସେ ସେମାନଙ୍କୁ କହିଲେ, ଯଥେଷ୍ଟ ।
39ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ ।
40ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର ।
41ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,
42ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ ।
43ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ ।
44ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା ।
45ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;
46ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର ।
47ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା
48କିନ୍ତୁ ଯୀଶୁ ତାହାକୁ ହହିଲେ, ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ ?
49ଏଥିରେ କ'ଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କ'ଣ ଖଡ଼୍ଗରେ ଆଘାତ କରିବା ?
50ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ ।

Read ଲୂକ 22ଲୂକ 22
Compare ଲୂକ 22:33-50ଲୂକ 22:33-50