43ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ ।
44ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା ।
45ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;
46ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର ।
47ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା
48କିନ୍ତୁ ଯୀଶୁ ତାହାକୁ ହହିଲେ, ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ ?
49ଏଥିରେ କ'ଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କ'ଣ ଖଡ଼୍ଗରେ ଆଘାତ କରିବା ?