Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 22

ଲୂକ 22:45-56

Help us?
Click on verse(s) to share them!
45ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;
46ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର ।
47ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା
48କିନ୍ତୁ ଯୀଶୁ ତାହାକୁ ହହିଲେ, ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ ?
49ଏଥିରେ କ'ଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କ'ଣ ଖଡ଼୍ଗରେ ଆଘାତ କରିବା ?
50ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ ।
51କିନ୍ତୁ ଯୀଶୁ ଉତ୍ତର ଦେଲେ,ଏତିକି ସହିଥାଅ; ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ ।
52ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, ଡକାୟତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କ'ଣ ବାହାରି ଆସିଲ ?
53ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ ।
54ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ ।
55ଆଉ ସେମାନେ ଅଗଣା ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ ପିତର ସେମାନଙ୍କ ମଧ୍ୟରେ ବସି ରହିଲେ ।
56ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା ।

Read ଲୂକ 22ଲୂକ 22
Compare ଲୂକ 22:45-56ଲୂକ 22:45-56