Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 22

ଲୂକ 22:54-66

Help us?
Click on verse(s) to share them!
54ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ ।
55ଆଉ ସେମାନେ ଅଗଣା ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ ପିତର ସେମାନଙ୍କ ମଧ୍ୟରେ ବସି ରହିଲେ ।
56ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା ।
57କିନ୍ତୁ ସେ ଅସ୍ୱୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ ।
58ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ ।
59ପ୍ରାୟ ଘଣ୍ଟାକ ପରେ ଆଉ ଜଣେ ଦୃଢ଼ ଭାବରେ କହିବାକୁ ଲାଗିଲା, ଏ ଲୋକଟା ମଧ୍ୟ ନିଶ୍ଚୟ ତାହା ସଙ୍ଗରେ ଥିଲା, କାରଣ ସେ ତ ଗାଲିଲୀୟ ଲୋକ ।
60କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ । ସେହିକ୍ଷଣି ସେ କହୁ କହୁ କୁକୁଡ଼ା ରାବିଲା;
61ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,
62ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ ।
63ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,
64ପୁଣି, ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁ ପରା ଭାବବାଦୀ ! କହ ତ କିଏ ତୋତେ ମାଇଲା ?
65ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ '
66ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ ।

Read ଲୂକ 22ଲୂକ 22
Compare ଲୂକ 22:54-66ଲୂକ 22:54-66