Text copied!
Bibles in Odia

ଲୂକ 22:54-66 in Odia

Help us?

ଲୂକ 22:54-66 in ଓଡିଆ ବାଇବେଲ

54 ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ ।
55 ଆଉ ସେମାନେ ଅଗଣା ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ ପିତର ସେମାନଙ୍କ ମଧ୍ୟରେ ବସି ରହିଲେ ।
56 ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା ।
57 କିନ୍ତୁ ସେ ଅସ୍ୱୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ ।
58 ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ ।
59 ପ୍ରାୟ ଘଣ୍ଟାକ ପରେ ଆଉ ଜଣେ ଦୃଢ଼ ଭାବରେ କହିବାକୁ ଲାଗିଲା, ଏ ଲୋକଟା ମଧ୍ୟ ନିଶ୍ଚୟ ତାହା ସଙ୍ଗରେ ଥିଲା, କାରଣ ସେ ତ ଗାଲିଲୀୟ ଲୋକ ।
60 କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ । ସେହିକ୍ଷଣି ସେ କହୁ କହୁ କୁକୁଡ଼ା ରାବିଲା;
61 ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,
62 ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ ।
63 ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,
64 ପୁଣି, ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁ ପରା ଭାବବାଦୀ ! କହ ତ କିଏ ତୋତେ ମାଇଲା ?
65 ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ '
66 ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ ।
ଲୂକ 22 in ଓଡିଆ ବାଇବେଲ