Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 22

ଲୂକ 22:6-28

Help us?
Click on verse(s) to share them!
6ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା ।
7ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;
8ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର ।
9ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି ?
10ଯୀଶୁ ସେମାନଙ୍କୁ କହିଲେ, ଦେଖ, ତୁମ୍ଭେମାନେ ନଗରରେ ପ୍ରବେଶ କରନ୍ତେ ପାଣି ମାଠିଆ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ସେ ଯେଉଁ ଗୃହରେ ପ୍ରବେଶ କରିବ, ତାହାର ପଛେ ପଛେ ଯାଇ ଗୃହର କର୍ତ୍ତାଙ୍କୁ କହିବ,
11'ଗୁରୁ ଆପଣଙ୍କୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ"?
12ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠୋରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର ।
13ଆଉ, ସେହି ଦୁଇ ଜଣ ଶିଷ୍ୟ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ ।
14ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ ।
15ଆଉ ସେ ସେମାନଙ୍କୁ କହିଲେ, "ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି ।
16କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ଭୋଜନ କରିବି ନାହିଁ ।"
17ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,
18କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଅଙ୍ଗୁର ଫଳର ରସ ଆଉ ପାନ କରିବି ନାହିଁ ।
19ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।
20ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ ।
21କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋ' ସହିତ ମେଜ ଉପରେ ଅଛି ।
22କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର !
23ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ ।
24ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା ।
25ସେଥିରେ ସେ ସେମାନଙ୍କୁ କହିଲେ, ଅଣଯିହୂଦୀମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ବ କରନ୍ତି, ସେମାନେ ଲୋକସେବକ ବୋଲି ଖ୍ୟାତ ହୁଅନ୍ତି ।
26କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି, ଯେ ନେତା, ସେ ସେବକ ପରି ହେଉ ।
27କାରଣ କିଏ ଶ୍ରେଷ୍ଠ ? ଯେ ଭୋଜନ ନିମନ୍ତେ ମେଜରେ ବସିଅଛି, ନା ଯେ ସେବକ ? ଭୋଜନ ନିମନ୍ତେ ମେଜରେ ବସିଅଛି, ସେ କି ଶ୍ରେଷ୍ଠ ନୁହଁନ୍ତି ? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି ।
28ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋ' ସହିତ ରହି ଆସିଅଛ;

Read ଲୂକ 22ଲୂକ 22
Compare ଲୂକ 22:6-28ଲୂକ 22:6-28