Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 23

ଲୂକ 23:2-25

Help us?
Click on verse(s) to share them!
2ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହୀ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି ।
3ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।
4ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ ।
5କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ସମଗ୍ର ଯିହୂଦା ଦେଶରେ ଶିକ୍ଷା ଦେଇ ଗାଲିଲୀଠାରୁ ଆରମ୍ଭ କରି ଏ ସ୍ଥାନ ପର୍ଯ୍ୟନ୍ତ ସୁଦ୍ଧା ଲୋକସାଧାରଣଙ୍କୁ ମତାଉଅଛି ।
6କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କ'ଣ ଜଣେ ଗାଲିଲୀୟ ?
7ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧିନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ ।
8ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ ।
9ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ ।
10ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ରଭାବରେ ଅଭିଯୋଗ କରୁଥିଲେ ।
11ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ ।
12ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା ।
13ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,
14ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ । ହେରୋଦ ମଧ୍ୟ ପାଇ ନାହାଁନ୍ତି,
15କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି, ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;
16ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ
17ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା ।
18ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର ।
19ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଲବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା ।
20ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ ।
21କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ ।
22ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି ? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା ।
23ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା ।
24ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;
25କିନ୍ତୁ ବିପ୍ଲବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧିନରେ ସମର୍ପଣ କଲେ ।

Read ଲୂକ 23ଲୂକ 23
Compare ଲୂକ 23:2-25ଲୂକ 23:2-25