Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 23

ଲୂକ 23:25-41

Help us?
Click on verse(s) to share them!
25କିନ୍ତୁ ବିପ୍ଲବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧିନରେ ସମର୍ପଣ କଲେ ।
26ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୁରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ ।
27ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‌ଗମନ କରୁଥିଲେ ।
28କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋ' ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;
29କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାଁନ୍ତି ଓ ସ୍ତନ୍ୟପାନ କରାଇ ନାହାଁନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି ।
30ସେତେବେଳେ ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼, ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ ।
31କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କ'ଣ ନ ଘଟିବ ?
32ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ ।
33ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
34ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ ।
35ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ । ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ୱରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ ।
36ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଲରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
37ତୁ ଯଦି ଯିହୂଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର ।
38ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, "ଏ ଯିହୂଦୀମାନଙ୍କର ରାଜା ।"
39ଆଉ କ୍ରୁଶରେ ଚଢ଼ାଯାଇ ଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କ'ଣ ଖ୍ରୀଷ୍ଟ ନୋହୁଁ ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର ।
40କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ୱରଙ୍କୁ କ'ଣ ଭୟ ମଧ୍ୟ କରୁ ନାହୁଁ ?
41ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାଁନ୍ତି ।

Read ଲୂକ 23ଲୂକ 23
Compare ଲୂକ 23:25-41ଲୂକ 23:25-41