40କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ୱରଙ୍କୁ କ'ଣ ଭୟ ମଧ୍ୟ କରୁ ନାହୁଁ ?
41ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାଁନ୍ତି ।
42ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ ।
43ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ ।