Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 24

ଲୂକ 24:3-18

Help us?
Click on verse(s) to share them!
3କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ ।
4ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
5ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଚ୍ଛ ?
6ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,
7ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର ।
8ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
9ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଓ ଅନ୍ୟ ସମସ୍ତଙ୍କୁ ଏହି ସବୁ ସମ୍ବାଦ ଦେଲେ ।
10ଏମାନେ ମଗ୍‌ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହି ସବୁ ବିଷୟ ଜଣାଇଲେ ।
11ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ ।
12କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ ।
13ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ
14ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ ।
15ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;
16କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ ।
17ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କ'ଣ ? ସେଥିରେ ସେମାନେ ଦୁଃଖି ମୁଖରେ ଠିଆ ହୋଇ ରହିଲେ ।
18ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କ'ଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ ?

Read ଲୂକ 24ଲୂକ 24
Compare ଲୂକ 24:3-18ଲୂକ 24:3-18