Text copied!
Bibles in Odia

ଲୂକ 2:1-5 in Odia

Help us?

ଲୂକ 2:1-5 in ଓଡିଆ ବାଇବେଲ

1 ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା ।
2 ସିରିୟାର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମଲେଖା ହୋଇଥିଲା ।
3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ ।
4 ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
5 ତାହାଙ୍କ ସହିତ ମରିୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ ।
ଲୂକ 2 in ଓଡିଆ ବାଇବେଲ