Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 2

ଲୂକ 2:11-17

Help us?
Click on verse(s) to share them!
11କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ ।
12ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୁପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ ।
13ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ,
14ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି ।
15ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା ।
16ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରିୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ ।
17ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,

Read ଲୂକ 2ଲୂକ 2
Compare ଲୂକ 2:11-17ଲୂକ 2:11-17