Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 2

ଲୂକ 2:18-24

Help us?
Click on verse(s) to share them!
18ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହି ସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ ।
19କିନ୍ତୁ ମରିୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ ।
20ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ ।
21ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା ।
22ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
23ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,
24ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମକୁ ନେଇଗଲେ ।

Read ଲୂକ 2ଲୂକ 2
Compare ଲୂକ 2:18-24ଲୂକ 2:18-24