Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 2

ଲୂକ 2:25-36

Help us?
Click on verse(s) to share them!
25ଆଉ ଦେଖ, ଯିରୂଶାଲମରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ ।
26ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା ।
27ସେ ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
28ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ୱରଙ୍କ ପ୍ରଶଂସା କରି କହିଲେ,
29ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;
30କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,
31ଯାହା ତୁମ୍ଭେ ସମସ୍ତ ଲୋକଙ୍କ ସମ୍ମୁଖରେ ପ୍ରସ୍ତୁତ କରି,
32ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ ।
33ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ ।
34ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
35ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ ।
36ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା । ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ ।

Read ଲୂକ 2ଲୂକ 2
Compare ଲୂକ 2:25-36ଲୂକ 2:25-36