Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 2

ଲୂକ 2:32-46

Help us?
Click on verse(s) to share them!
32ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ ।
33ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ ।
34ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
35ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ ।
36ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା । ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ ।
37ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ ।
38ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ ।
39ପରେ ସେମାନେ ପ୍ରଭୁଙ୍କ ମୋଶାଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ ।
40ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ୱରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା ।
41ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମକୁ ଯାଉଥିଲେ ।
42ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ ।
43ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ ।
44କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାଙ୍କୁ ଖୋଜିବାକୁ ଲାଗିଲେ,
45ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଫେରିଗଲେ ।
46ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,

Read ଲୂକ 2ଲୂକ 2
Compare ଲୂକ 2:32-46ଲୂକ 2:32-46