Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 2

ଲୂକ 2:41-49

Help us?
Click on verse(s) to share them!
41ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମକୁ ଯାଉଥିଲେ ।
42ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ ।
43ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ ।
44କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାଙ୍କୁ ଖୋଜିବାକୁ ଲାଗିଲେ,
45ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଫେରିଗଲେ ।
46ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,
47ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ ।
48ସେମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଅଛୁ ।
49ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କ'ଣ ଜାଣି ନ ଥିଲ ?

Read ଲୂକ 2ଲୂକ 2
Compare ଲୂକ 2:41-49ଲୂକ 2:41-49