Text copied!
Bibles in Odia

ଲୂକ 3:3-10 in Odia

Help us?

ଲୂକ 3:3-10 in ଓଡିଆ ବାଇବେଲ

3 ସେଥିରେ ସେ ଯର୍ଦନର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,
4 ଯେପରି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର;
5 ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;
6 ପୁଣି, ସମସ୍ତ ମର୍ତ୍ତ୍ୟ ଈଶ୍ୱରଙ୍କ ପରିତ୍ରାଣ ଦେଖିବେ ।
7 ଅତଏବ, ଯୋହନ ତାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।
9 ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।
10 ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କ'ଣ କରିବା ?
ଲୂକ 3 in ଓଡିଆ ବାଇବେଲ