Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 3

ଲୂକ 3:4-14

Help us?
Click on verse(s) to share them!
4ଯେପରି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର;
5ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;
6ପୁଣି, ସମସ୍ତ ମର୍ତ୍ତ୍ୟ ଈଶ୍ୱରଙ୍କ ପରିତ୍ରାଣ ଦେଖିବେ ।
7ଅତଏବ, ଯୋହନ ତାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
8ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।
9ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।
10ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କ'ଣ କରିବା ?
11ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ପୋଷାକ ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ ।
12କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କ'ଣ କରିବା ?
13ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ ।
14ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ, ଆମ୍ଭେମାନେ କ'ଣ କରିବା ? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ ।

Read ଲୂକ 3ଲୂକ 3
Compare ଲୂକ 3:4-14ଲୂକ 3:4-14