Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 3

ଲୂକ 3:4-18

Help us?
Click on verse(s) to share them!
4ଯେପରି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର;
5ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;
6ପୁଣି, ସମସ୍ତ ମର୍ତ୍ତ୍ୟ ଈଶ୍ୱରଙ୍କ ପରିତ୍ରାଣ ଦେଖିବେ ।
7ଅତଏବ, ଯୋହନ ତାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
8ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।
9ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।
10ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କ'ଣ କରିବା ?
11ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ପୋଷାକ ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ ।
12କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କ'ଣ କରିବା ?
13ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ ।
14ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ, ଆମ୍ଭେମାନେ କ'ଣ କରିବା ? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ ।
15ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,
16ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।
17ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ ।
18ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ;

Read ଲୂକ 3ଲୂକ 3
Compare ଲୂକ 3:4-18ଲୂକ 3:4-18