Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 4

ଲୂକ 4:14-21

Help us?
Click on verse(s) to share them!
14ଏହାପରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା ।
15ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ ।
16ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ ।
17ସେଥିରେ ଯିଶାଈୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
18ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
19ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି ।
20ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକକୁ ତାହା ଫେରାଇଦେଇ ବସିଲେ । ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା ।
21ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା ।

Read ଲୂକ 4ଲୂକ 4
Compare ଲୂକ 4:14-21ଲୂକ 4:14-21