Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 4

ଲୂକ 4:2-24

Help us?
Click on verse(s) to share them!
2ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହି ସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ ।
3ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।
4ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ ।
5ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା ।
6ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ ।
7ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ ।
8ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣ ଈଶ୍ୱରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ ।
9ପୁଣି, ସେ ତାହାଙ୍କୁ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ୱରଙ୍କ ପୁତ୍ର, ତାହାହେଲେ ଏଠାରୁ ତଳକୁ ଡେଇଁପଡ଼;
10କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;
11ଆଉ ଲେଖା ଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ ।
12ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ରରେ ମଧ୍ୟ ଏହା ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ ।
13ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା ।
14ଏହାପରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା ।
15ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ ।
16ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ ।
17ସେଥିରେ ଯିଶାଈୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
18ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
19ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି ।
20ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକକୁ ତାହା ଫେରାଇଦେଇ ବସିଲେ । ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା ।
21ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା ।
22ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କ'ଣ ଯୋଷେଫର ପୁତ୍ର ନୁହେଁ ?
23ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ହେ ଚିକିତ୍ସକ, ନିଜେ ନିଜକୁ ସୁସ୍ଥ କର; କର୍ଫନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହି ସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର ।
24ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ ।

Read ଲୂକ 4ଲୂକ 4
Compare ଲୂକ 4:2-24ଲୂକ 4:2-24