Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 4

ଲୂକ 4:23-30

Help us?
Click on verse(s) to share them!
23ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ହେ ଚିକିତ୍ସକ, ନିଜେ ନିଜକୁ ସୁସ୍ଥ କର; କର୍ଫନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହି ସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର ।
24ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ ।
25କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
26ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପଠା ନ ଯାଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ ।
27ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠୀ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ ।
28ସମାଜଗୃହରେ ଏହି ସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,
29ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;
30କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ ।

Read ଲୂକ 4ଲୂକ 4
Compare ଲୂକ 4:23-30ଲୂକ 4:23-30